ଦୈନିକ ରାଶିଫଳ: 16 ଅଗଷ୍ଟ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ବହୁତ ଭଲ ରହିବାସହ ପାରିବାରିକ ସମ୍ବନ୍ଧରେ ବହୁତ ସକ୍ରିୟ ହେବେ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ତଥା ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ରାଜନୀତି ମାମଲାରେ ସଫଳତା ମିଳିବ। ଅଧିକ ପରିଶ୍ରମ ଫଳରେ ଅର୍ଥଲାଭ ହୋଇ ଜୀବନ ଶୈଳିରେ ପ୍ରତିଷ୍ଠାଲାଭ କରିବେ। କେହି କୌଣସି କ୍ଷତି କରିପାରିବେ ନାହିଁ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଆୟ ବୃଦ୍ଧି ହେବ। ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ବିଶେଷ ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ ଓ ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଧାର୍ମିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ନିଜ ଲୋକମାନେ ପରଭଳି ବ୍ୟବହାର କରି ପାରନ୍ତି। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!