ଦୈନିକ ରାଶିଫଳ: 16 ଅପ୍ରେଲ 2025, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦେଖାଦେଇପାରେ କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ବନ୍ଧୁ ମିତ୍ରଙ୍କଠାରୁ ସହଯୋଗ ପାଇ ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରିବାର ସୁଯୋଗ ମିଳିବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଶତୃମାନେ ଦୂରେଇ ଯିବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଅଚାନକ ଧନ ପ୍ରାପ୍ତି ହେବା ସହ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ ଓ ଶୁଭ ସମାଚାର ପାଇ ଖୁସି ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟ ଭଲ ରହିବାସହ ଆର୍ଥିକ ଉନ୍ନତି ଦେଖାଦେବ। ସହକର୍ମୀମାନେ କାମର ପ୍ରଶଂସା କରିବାସହ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପୁରୁଣା ଋଣ ପରିଶୋଧ କରିବା ପାଇଁ ସୁଯୋଗ ପାଇବେ। ସବୁ କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। କିନ୍ତୁ ବିରକ୍ତି ସ୍ୱଭାବ ପ୍ରକାଶ ପାଇବା ଯୋଗେ କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବିରୋଧୀମାନେ ଦୁର୍ବଳ ହେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଅତି ସହଜରେ ଆରମ୍ଭ କରି ପାରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ଗୃହବାହନ ପ୍ରାପ୍ତି ଓ ଉଚ୍ଚଆଶା ସଫଳ ହେବ। ରାଜନୀତି କ୍ଷେତ୍ରରେ କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନୂତନ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

ମକର:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ମାନସିକ ସ୍ଥିରତା ଦେଖାଦେବ। କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଅଟକିଥିବା ଧନ ଲାଭ ହେବା ଫଳରେ ବ୍ୟବସାୟରେ ପ୍ରଚୁର ଲାଭ ମିଳିବ। ଅଧା ହୋଇଥିବା କାର୍ଯ୍ୟ ପୂରଣ କରି ପାରିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବେପାର ବଣିଜରେ ସଫଳତା ମିଳିବାସହ ଅଭିଷ୍ଟ ପ୍ରାପ୍ତି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ପ୍ରୋତ୍ସାହନ ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ବନ୍ଧୁଙ୍କ ବିଷୟରେ ଝଗଡା ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!