ଦୈନିକ ରାଶିଫଳ: 16 ଜାନୁୟାରୀ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ପ୍ରାପ୍ତିହେବ। ବ୍ୟବସାୟିକ ପରିଣାମ ସନ୍ତୋଷ ଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତିରେ ନିସ୍ଵାର୍ଥପର ଭାବ ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। କର୍ମ କ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଭାତୃ ବିବାଦ, ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସୁବିଧା ସୁଯୋଗ ପାଇ ଅଧା ହୋଇପଡ଼ିଥିବା ଗୃହକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:- ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଶତୃମାନଙ୍କୁ ମୁକାବିଲା କରି ପାରିବେ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ଓ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ବିରୋଧୀମାନେ ପରାସ୍ତ ହେବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ନିଜ ଲୋକମାନେ ହିଁ କାମରେ ଆସିବେ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦବିବାଦ କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଗୃହୋପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!