ଦୈନିକ ରାଶିଫଳ: 16 ଜୁନ୍ 2023, ଶୁକ୍ରବାର, ମା’ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଅର୍ଥଲାଭ ହେବ ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ଶତୃମାନେ ପରାଜିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ସୁଖ ସମ୍ପଦ ପ୍ରାପ୍ତି ହେବାସହ ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ପରିବାରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ଅନୁକୂଳ ପରିସ୍ଥିତି ବଜାୟ ରହିବାସହ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରେମୀକପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:- ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତାରେ ନିଜ ପକ୍ଷ ସବଳ ରହିବ। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆୟ ବୃଦ୍ଧିହେବାସହ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ଶତୃମାନେ ଦୂରେଇ ଯିବା ଫଳରେ ଶୁଭ ସମାଚାର ମିଳିବ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!