ଦୈନିକ ରାଶିଫଳ: 16 ଡିସେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଦୁଃଖୀ ଲୋକଙ୍କୁ ସାହାରାହେବେ। ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ ଓ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଆମୋଦ ପ୍ରମୋଦ, ମନୋରଞ୍ଜନରେ ସମୟ ବିତେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ।ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ଉନ୍ନତି ସହିତ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଅତ୍ୟନ୍ତ ଉତ୍ତମ ରହିବ। ଅଧାଥିବା କାର୍ଯ୍ୟ ପୂରଣ କରିବା ଫଳରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସୁଖର ସ୍ୱପ୍ନ ଦେଖିପାରିବେ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବାସହ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ପାରିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ନୂଆ ମିତ୍ରଙ୍କ ସମ୍ପର୍କରେ ଉନ୍ନତି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖା ଦେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ବିଦ୍ୟା କ୍ଷେତ୍ରରେ ସାଫଲ୍ୟ ଯୋଗେ ଶାନ୍ତି ପାଇବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମହେବ। କର୍ମକ୍ଷେତ୍ରରେ ଅଶାନ୍ତି, ବିଶୃଙ୍ଖଳାରୁ ମୁକ୍ତ ହୋଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ।ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ହେବ। ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପାରିବାରିକ କ୍ଷେତ୍ରରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!