ଦୈନିକ ରାଶିଫଳ: 16 ନଭେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଶୁଭଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇ ଯିବ। ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପାରିବାରିକ କ୍ଷେତ୍ରରେ ପ୍ରଭାବ ଓ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କର୍କଟ:-ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବା ସହିତ ଉନ୍ନତି କରିବେ। ବ୍ୟବସାୟିମାନେ ବହୁତ ଲାଭ ଉଠାଇ ପାରିବେ। କର୍ମ କ୍ଷେତ୍ରରେ ଦାଇତ୍ଵ ବଢିବା ସହ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମାଆ ବାପା ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରଶାସନସେବା ସଂବନ୍ଧିତ କାର୍ଯ୍ୟରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ଦ୍ଵାରା ମାନସିକ ଶାନ୍ତି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:- କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି। ସର୍ବଦା ଲୋକଙ୍କ ସମ୍ପର୍କରେ ରହିବେ। ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଘର ପରିବାରକୁ ପ୍ରାଥମିକତା ଦେବେ, ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭାକାଙ୍ଖିମାନେ ସହଯୋଗ କରି ପାରନ୍ତି। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ।ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଧାର୍ମିକ, ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି ନୂତନ କର୍ମ କରିବାକୁ ଯୋଗାଯୋଗ କରି ପାରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାର ଜନଙ୍କ ସହିତ ସମୟ ବିତେଇବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଦୁଃଖୀ ଲୋକଙ୍କୁ ସାହାରା ହେବେ। ବନ୍ଧୁଙ୍କ ସହଯୋଗରେ ଆଗକୁ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଶତୃମାନେ ଦୂର ହେବେ ଓ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ। ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଚାକିରୀରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!