ଦୈନିକ ରାଶିଫଳ: 16 ଫେବୃୟାରି 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଘାସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ସାମାଜିକ କାର୍ଯ୍ୟରେ ବିଜୟୀ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପଢିବା, ପଢେଇବା ମାମଲାରେ ପ୍ରଶଂସା ପାଇବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ଘରୋଇ କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସହକର୍ମୀଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀକ ପ୍ରେମିକାଙ୍କର ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ, ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ସମାଜ ସେବାରେ ପ୍ରଶଂସିତ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ସ୍ଵାସ୍ଥ୍ୟରେ ଅବନ୍ନତି ପରିଲିଖିତ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହି ପାରନ୍ତି। ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି। ବାହ୍ୟକ୍ଷେତ୍ରରେ ବିପଦରେ ପଡି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!