ମେଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ।ଗୁରୁଜନଙ୍କ ବିରୁଦ୍ଧରେ ଯାଇ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡି ପାରେ। ଯାହା ଫଳରେ ଗୃହରେ ମତଭେଦ ସୃଷ୍ଟି ହେବାର ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ କରିବାରେ ସକ୍ଷମ ହେବେ। ଦାମ୍ପତ୍ୟ ସୁଖରେ ସଫଳତା ପ୍ରାପ୍ତି ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ଉନ୍ନତି, ମାନସିକ ଶାନ୍ତି ଓ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ବ୍ୟବସାୟରେ ଆର୍ଥିକ ଉନ୍ନତି ଦେଖାଦେବ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଜୀବନସାଥୀଙ୍କ ସହିତ ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସନ୍ତାନର ସୁ-ଖବର ଶୁଣି ଖୁସିହେବେ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ବିଚ୍ଛା:-ସମ୍ପତ୍ତି ବିବାଦକୁ ଆଇନଗତ ଭାବରେ ସମାଧାନ କରିବାକୁ ଚେଷ୍ଟା କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଦୁଃସାହସିକ ପଦକ୍ଷେପ ନେଇ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ।
ଧନୁ:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ସମ୍ପତ୍ତି କିଣିବା ବେଳେ ସବୁ ଡକ୍ୟୁମେଣ୍ଟକୁ ଭଲ ଭାବରେ ଯାଞ୍ଚ କରନ୍ତୁ। ଆପଣଙ୍କ ମତାମତ ଅନ୍ୟମାନଙ୍କ ପାଇଁ ବହୁତ ସହାୟକ ହେବ। କଠିନ ପରିଶ୍ରମର ଭଲ ଲାଭ ପାଇବା ସହ ମିତ୍ରମାନଙ୍କ ଦ୍ୱାରା ଆର୍ଥିକ ଲାଭ ହୋଇପାରେ। ଜୀବନସାଥୀଙ୍କ ପ୍ରତି ପ୍ରେମଭାବ ବୃଦ୍ଧି ହେବ ଓ ଅଳ୍ପ ଦୂରକୁ ଭ୍ରମଣ କରିବାକୁ ଯାଇ ପାରନ୍ତି। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହିତ ଭଲ ସମ୍ପର୍କ ଦୃଷ୍ଟିରୁ କର୍ମକ୍ଷେତ୍ରରେ ବାତାବରଣ ବହୁତ ଭଲ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରୀ ହେବେ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।