ଦୈନିକ ରାଶିଫଳ: 16 ମଇ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରିବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଓ ବାଦବିବାଦରେ ସଫଳତା ମିଳିବ। ପରିବାରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ଅନୁକୂଳ ପରିସ୍ଥିତି ବଜାୟ ରହିବାସହ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ସରକାରୀ ସାହାଯ୍ୟ ମିଳିପାରେ। ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବେ। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ସୁଧାର ଆସିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ।ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ ଓ ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରେମିକ ପ୍ରେମିକା ମାନେ ସତର୍କ ରହିଲେ ଆନନ୍ଦ ଅନୁଭବ କରିବେ। ରାଜନୀତିରେ ସଫଳତା ମିଳିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶୁଭ ଖବର ପାଇ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶତୃଙ୍କ ସହିତ ମୁକାବିଲା କରି ପାରିବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ।ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଶିକ୍ଷା କିମ୍ବା ସଙ୍ଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!