ମେଷ:-ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଅନେକ ସମସ୍ୟା ସମାଧାନ କରି ସୁଖଶାନ୍ତି ପାଇବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ବୃଷ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ ତାରିଖ ଘୁଞ୍ଚିଗଲେ ଭଲ। କୌଣସି ଦୂର ସ୍ଥାନକୁ ଯାତ୍ରା କରିଲେ ଧନ ହାନି ହେବାର ସମ୍ଭାବନା। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବିଦ୍ୟାରେ ମନନିବେଶ କରିବେ ଓ ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କର୍କଟ:-ନୂତନ କାର୍ଯ୍ୟଆରମ୍ଭ କରିଲେ ପ୍ରଚୁର ଅର୍ଥ ଲାଭହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କନ୍ୟା:-ସରକାରୀ କର୍ମଚାରୀମାନେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ପୁରାତନ ରୋଗରୁ ମୁକ୍ତି ପାଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପରିବାରରେ ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ।ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ ବ୍ୟବସାୟରେ ଶ୍ରମ ସାର୍ଥକ ହେବକିନ୍ତୁ ଶତୃମାନଙ୍କୁ ନଜର ରଖିବାକୁ ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଶତ୍ରୁମାନେ ପରାଜିତ ହେବେ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ କମ ପରିଶ୍ରମ କରି ଅଧିକ ଲାଭ ପାଇବା ସହ ମାନ-ସମ୍ମାନ ବୃଦ୍ଧି ହେବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଉତ୍ତମ ରୋଜଗାର ହେଲେ ମଧ୍ୟ କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୂର୍ବରୁ ଥିବା ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।