ଦୈନିକ ରାଶିଫଳ: 16 ମାର୍ଚ୍ଚ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଚେଷ୍ଟା ସଫଳ ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ।କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।ସନ୍ତାନ ଯୋଗେ ଚିନ୍ତିତ ରହିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରିବାରର ସମସ୍ୟା ସମାଧାନ ହୋଇଯିବ। ଗୃହରେ ଥିବାକଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀ ମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ମାଲିମୋକଦ୍ଦମାରେ ସଫଳହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସୁଖ ଶାନ୍ତିରେ ଦିନଟି କଟାଇବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି।ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ ଓ ଦୂର ନିକଟ ବ୍ୟବସାୟରେ ତିଷ୍ଠି ରହି ପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମକର:-ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପରିବାରରେ ମାନ ମନାନ୍ତର ଦୂର ହୋଇ ସ୍ନେହ ସହାନୁ ଭୂତି ପ୍ରାପ୍ତି ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଲଭିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଋଣ ଭରଣାରେ ସହଜ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!