ମେଷ:-ଶିକ୍ଷା କ୍ଷେତ୍ରରେ ଆଶାନୁଯାଇ ଫଳାଫଳ ମିଳିବ। ସହକର୍ମୀଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ବୃଦ୍ଧି ପାଇବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟୀମାନଙ୍କର ଲାଭ ହେଲେ ମଧ୍ୟ ବ୍ୟୟ ଅଧିକ କରିବେ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିପାରେ। ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ବୃଷ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ।ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କର୍କଟ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ରହିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଜାଗାଜମି ଗୃହସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସୂଚନା ମିଳିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ। ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ତୁଳା:-ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହେବ। ସହକର୍ମୀ ମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇବା ଫଳରେ ଉଚ୍ଚଆଶା ସଫଳ ହେବ। ଛାତ୍ରଛତ୍ରୀ ମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଅନୁଭବ କରିବାସହ ଅର୍ଥସଞ୍ଚୟ କରିବାରେ ବହୁତ ଯତ୍ନବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବା ସହ ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ। ଓକିଲାତି ଓ ପରିଚାଳନା ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ବ୍ୟବସାୟରେ ଶ୍ରମ ସାର୍ଥକ ହେବା ସହ ଆୟ ବଢିବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ କରି ପାରନ୍ତି। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ।ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।