ଦୈନିକ ରାଶିଫଳ: 16 ସେପ୍ଟେମ୍ବର 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶୁଭ ସମାଚାର ପାଇ ଖୁସି ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଛାତ୍ରଛାତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

କନ୍ୟା:-ମାନସିକସ୍ଥିତି ଭଲ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପରିବାରରେ ବିବେକ ବୁଦ୍ଧି ଖଟେଇ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ଉପରିସ୍ଥଙ୍କ କୃପାଭାଜନ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର-ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ। ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଆୟର ମାର୍ଗ ପ୍ରଶସ୍ତ ହେବ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ବ୍ୟବସାୟରେ ଉତ୍ତମ ଲାଭ ହେବ ଓ କାରବାରରେ ସୁଧାର ଆସିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!