ଦୈନିକ ରାଶିଫଳ: 17 ଅକ୍ଟୋବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ରାଜନୀତି କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତ୍ତି ଲାଭ ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ରାଜନୀତିରେ ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:- ସାଂସାରିକ ଜୀବନ ସୁଖମୟ ହେବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:- ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନ ରୋଗରୁ ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପୁରୁଣା ନିବେଶ ଲାଭ ଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତିହେବ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ନାନା ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ। ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ସନ୍ତୋଷ ଦେଖାଦେବ। ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସରକାରୀ ସାହାଯ୍ୟ ପାଇବା ପାଇଁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିପାରେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ଯିବ।ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧର୍ମକାର୍ଯ୍ୟକୁ ମନ ବଳାଇ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!