ଦୈନିକ ରାଶିଫଳ: 17 ଅପ୍ରେଲ 2025, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଶୁଭଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇ ନେବେ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହୋଇ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ଦ୍ଵାରା ମାନସିକ ଶାନ୍ତି ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସାଧାରଣ ଲୋକଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରିବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ସାର୍ବଜନୀନ ସମ୍ପର୍କରେ ବିକଶିତ ହେବାସହ ଆର୍ଥିକସ୍ଥିତି ବଦଳିଯିବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗରେ ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବା ସହିତ ଉନ୍ନତି କରିବେ। ବ୍ୟବସାୟିମାନେ ବହୁତ ଲାଭ ଉଠାଇ ପାରିବେ। କର୍ମ କ୍ଷେତ୍ରରେ ଦାଇତ୍ଵ ବଢିବା ସହ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପରିବାରରେ ସମୟ ବିତେଇ ପାରିଲେ ପରିବାରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ବନ୍ଧୁବାନ୍ଧବ ମାନଙ୍କ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସୁଖଶାନ୍ତି ଲାଭ ହେବା ସହ ଆତ୍ମୀୟବର୍ଗରେ ଉନ୍ନତି ହେବ। ଆର୍ଥିକ ବୃଦ୍ଧି ହେବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ପ୍ରେମିକ ପ୍ରେମିକାମାନେ ରୋମାଣ୍ଟିକ୍ ମୁଡରେ ଯାଇପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ଟାଣୁଆନେତା, ପୁରୁଖାନେତାଙ୍କ ପାଇଁ ଆଶା ଉଜ୍ଵଳ ହେବାର ଦେଖାଦେବ। ମାଆ ବାପା ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ। ରୋଜଗାର ସମସ୍ୟା ସୁଧୁରି ଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାଂସାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଲାଭବାନ ହେବେ। ଧର୍ମାନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ ଥିବାରୁ ଉଚ୍ଚଶିକ୍ଷା ପାଇବାର ସୁବିଧା ସୁଯୋଗ ପାଇବେ। ଆୟ କମ୍ ହେବାରୁ ଆର୍ଥିକ ସମସ୍ୟା ଦେଖା ଦେଇପାରେ। ଅନ୍ଧ ଭାବରେ କାହାକୁ ବିଶ୍ଵାସ କରିଲେ କ୍ଷତି ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଅନୁଭବ କରିବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟ ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!