ମେଷ:-ନିଜର ଦକ୍ଷତା ଉପରେ ସନ୍ଦେହ ନକରି କାର୍ଯ୍ୟଭାର ବହନ କରନ୍ତୁ ସଫଳତା ପାଇବେ। ପର୍ଯ୍ୟଟନ ବ୍ୟବସାୟୀମାନେ ନିଜ ବିଷୟରେ ନକାରାତ୍ମକ ସମୀକ୍ଷା ଶୁଣିବେ। କାହାକୁ ଅଧିକ ବିଶ୍ୱାସ କରନ୍ତୁ ନାହିଁ। ଯୁବକ ଯୁବତୀମାନେ ପ୍ରେମ ପ୍ରସ୍ତାବ ପାଇ କିଛି ନିଷ୍ପତ୍ତି ନେବାବେଳେ ଦ୍ୱନ୍ଦରେ ପଡିପାରନ୍ତି। ଆର୍ଥିକ ଅବନତିପାଇଁ ଆପଣଙ୍କର ମୁଣ୍ଡବିନ୍ଧାର ସମସ୍ୟା ହୋଇପାରେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ସମ୍ପର୍କୀୟମାନଙ୍କ ସହିତ ଭଲ ସମ୍ପର୍କ ରଖିବାକୁ ଚେଷ୍ଟା କରନ୍ତୁ। ଯଦି ଆପଣ ଚାକିରି ବଦଳାଇବାକୁ ଚିନ୍ତା କରୁଛନ୍ତି ତେବେ ଏହାକୁ ପରିବର୍ତ୍ତନ କରନ୍ତୁ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। କୌଣସି କଥା ବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଅନାବଶ୍ୟକ ଜିନିଷ ଗୁଡ଼ିକର ଚାପ ନିଅନ୍ତୁ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସାଂସାରିକ ଜୀବନ ସୁଖମୟ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ।ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆକସ୍ମିକ ଅର୍ଥଲାଭ, ଆୟବୃଦ୍ଧି, ଋଣମୁକ୍ତି, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବ। କର୍ମରେ ଉନ୍ନତି ସହିତ ସଫଳତା ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ସାମୟିକ ଶାରୀରିକ ପୀଡା ଭୋଗ କରିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।