ଦୈନିକ ରାଶିଫଳ: 17 ଜୁନ୍ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଧାରଣ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ। ଅନେକ ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ। ସୁନ୍ଦର ସ୍ଥାନକୁ ପରିବାର ସହିତ ବୁଲିବା ପାଇଁ ଯାଇ ପାରନ୍ତି। ବିଦ୍ୟାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପ୍ରତିଯୋଗୀତା ପରୀକ୍ଷା ଏବଂ ସାକ୍ଷାତକାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ ଯୋଜନାରେ ସଫଳତା ମିଳିବାସହ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସୁସମ୍ବାଦ ଶୁଣିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ଋଣ ପରିଶୋଧ କରିପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ସଫଳତା ଲାଭ କରି ଉଚ୍ଚସମ୍ମାନ ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ବାହାର ପତିଆରା ଭଲ ରହିବ ଓ ଦାମ୍ପତ୍ୟଜୀବନ ଅତ୍ୟନ୍ତ ଆନନ୍ଦ ଦାୟକ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଗୃହୋପକରଣ କ୍ରୟ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ।ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ଆକସ୍ମିକ ଅର୍ଥଲାଭହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:- ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ନୂଆ ସମ୍ପର୍କରେ ଉନ୍ନତି ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଶାରୀରିକ ସୁସ୍ଥତାସହ ମାନସିକ ସ୍ଥିରତା ଦେଖାଦେବ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର-ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ଶାରୀରିକ ସୁସ୍ଥତା ଅନୁଭବ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମଚାରୀ ଓ ଶ୍ରମିକ ମାନେ ବେଶି ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!