ଦୈନିକ ରାଶିଫଳ: 17 ଡିସେମ୍ବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରି ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଉଦରରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖା ଦେଇ ପାରେ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନେ ସହଯୋଗ କରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କର୍କଟ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ସହ ପ୍ରମୋଶନ ସୂଚନାପାଇ ଖୁସି ହେବେ। ବିଦ୍ୟାର୍ଥିମାନେ ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ ମାନସିକ ଶାନ୍ତି ଦେଖାଦେଇ ପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି, ଆୟବୃଦ୍ଧି, ଋଣମୁକ୍ତିର ରାସ୍ତା ପାଇବା ସହ ମାନସିକ ଦୁଶ୍ଚିନ୍ତା ଓ ଶତୃବାଧା ଦୂରେଇ ଯିବ। ବ୍ୟବସାୟ ରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ। କଣ୍ଟ୍ରାକ୍ଟରୀ ବ୍ୟବସାୟରୁ ଯଥେଷ୍ଟ ଲାଭ ଉଠାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସେବାକାରୀ ମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବା ସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବା ସହ ଆର୍ଥିକ ଚିନ୍ତା ଦୁରହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିଲେ ଧନ ହାନି ହେବାର ସମ୍ଭାବନା ଅଛି। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣି ବାରେ ସଫଳ ହେବେ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଅଧ୍ୟାତ୍ମିକ ଚେତନା ଦେଖାଦେବ। ଶତୃମାନେ ପରାଜିତ ହେବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ ଜୀବନ ସୁଖରେ କଟିବ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ଅସୁବିଧାର ସମ୍ମୁଖୀନ ହେବେ। ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟିହେବ। ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ହସଖୁସିରେ ସମୟ ବିତେଇବେ। ବିବେକ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!