ଦୈନିକ ରାଶିଫଳ: 17 ଫେବୃୟାରି 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶାରୀରିକ କଷ୍ଟ ଦୂର ହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଉନ୍ନତି ହେବ ଓ ମନ ଖୁସି ରହିବ। ଆତ୍ମୀୟଙ୍କ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରି ଯାଇ ସୁଖ, ସମ୍ପତ୍ତି ଲାଭ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ ଓ ଜନସମ୍ପର୍କ ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରେମ କ୍ଷେତ୍ରରେ ସମସ୍ତ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ବିଦ୍ୟାରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିପାରେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଶାରୀରିକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:- ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ପରିସ୍ଥିତିରେ ଉନ୍ନତି ଘଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ନୂଆ ମିତ୍ରଙ୍କ ସମ୍ପର୍କରେ ଉନ୍ନତି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖା ଦେବ। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!