ଦୈନିକ ରାଶିଫଳ: 17 ମଇ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମାଆ ବାପାଙ୍କ ସହ ସମ୍ପର୍କ ଭଲ ରହିବ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନୂତନ ବନ୍ଧୁ ଲାଭହେବାସହ ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାରନ୍ତି ଯାହା କି ଆପଣଙ୍କପାଇଁ ପ୍ରଚୁର ଲାଭ ଆଣିଦେବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ପୁରାତନ ରୋଗର ଉପସମ ହେବାସହ ଶତୃମାନେ ମଥାନତ କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବାସହ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର-ଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ବନ୍ଧୁ ସମାଗମ ହେବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବ୍ୟବସାୟିକ ଗତିବିଧି ଠିକ୍ ରହିବାସହ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଧାର୍ମିକ କାର୍ଯ୍ୟରେ ମନ ବଳାଇ ବିଗିଡି ଯାଇଥିବା କାର୍ଯ୍ୟକୁ ସୁଧାରି ପାରିବେ। ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ।ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ବୃଦ୍ଧି ପାଇବ। ବିବାଦୀୟ ବିଷୟ ପ୍ରତି ଆପଣ ଆକର୍ଷିତ ହେବେ। ଲୋକମାନେ ଆପଣଙ୍କଠାରୁ ବହୁତ କିଛି ଆଶା କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ବ୍ୟବସାୟକ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।

ମୀନ:-ସନ୍ତାନ ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭବାନ୍ ହେବେ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!