ଦୈନିକ ରାଶିଫଳ: 17 ମଇ 2025, ଶନିଦେବଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସ୍ୱଳ୍ପ ଦୂରତା ଯାତ୍ରା ହୋଇପାରେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଗୃହସ୍ଥ ଜୀବନ ସୁଖମୟ ହେବ। ଗୃହବାହନ ପ୍ରାପ୍ତି ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆପଣଙ୍କ ଦକ୍ଷତା ବୃଦ୍ଧି ପାଇବା ଫଳରେ ବ୍ୟବସାୟ କରିବାର ପଦ୍ଧତି ବଦଳାଇପାରନ୍ତି। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ପିଲାମାନଙ୍କର ଖରାପ ଅଭ୍ୟାସକୁ ନିୟନ୍ତ୍ରଣ କରନ୍ତୁ। ଘରଖର୍ଚ୍ଚରେ ଅସୁବିଧା ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଘରେ ବାହାରେ ଏବଂ ନିଜବୃତ୍ତିରେ ଭଲ ସୌହାର୍ଦ୍ଦ୍ୟ ସ୍ଥାପନ କରିବାକୁ ସମର୍ଥ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ଶତୃ ପରାଜିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ମଉଜ ମଜଲିସ୍ କରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସନ୍ତାନ ମାନଙ୍କ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଶାନ୍ତି, ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସମ୍ପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରିରୀକ ଅସୁସ୍ଥତା ଦୂରହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ କାର୍ଯ୍ୟକାରୀ କରିପାରିବେ। ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପୁରାତନ ରୋଗରୁ ଉପଶମ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!