ଦୈନିକ ରାଶିଫଳ: 17 ମାର୍ଚ୍ଚ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟରେ ଉନ୍ନତି କରିବେ। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ନିଜଲୋକଙ୍କ ସହଯୋଗରେ ଆଗକୁ ବଢିପାରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ରଖି ପାରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବା ସହ ତଳ ମହଲରୁ ଆଶାତୀତ ଲାଭ ପାଇବେ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ସହ ମାନ ସମ୍ମାନ ବୃଦ୍ଧି ହେବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶୁଭକାମ କରି ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସାଧାରଣ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ।କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!