ମେଷ:-ଶତ୍ରୁହାନି, ଉଚ୍ଚପ୍ରଶଂସାଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ। ଗୁରୁଜନମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯାଇ ପାରେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହୋଇ ପାରନ୍ତି। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଛାତ୍ର ଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେଇ ପାରେ। ବାଣିଜ୍ୟ ବ୍ୟାପାର କାମପାଇଁ ବାହାରକୁ ଯିବାକୁ ପଡିପାରେ। ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ। ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ। ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖା ଦେବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଦୌଡ-ଧୂପରେ ସୁଖ ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ପ୍ରତିଯୋଗିତାରେ ବିଜୟୀ ହେବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ତୁଳା:-ଶାରୀରିକ ଅସୁସ୍ଥତା ଦୂର ହେବ। ଋଣଭାର କମିଯିବ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଉତ୍ତରାଧିକାର ଓ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଭଲ ହେବ। ପତିପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ଧନୁ:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ପରିବାରର ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଜମିବାଡି ନେଇ ଥିବା କେତେକ ସମସ୍ୟା ସମାଧାନ ହୋଇ ଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।