ଦୈନିକ ରାଶିଫଳ: 17 ସେପ୍ଟେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପତିଆରା ଅମଳିନ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଧୈର୍ଯ୍ୟ ଏବଂ ସଂଯମତା ସହିତ କାର୍ଯ୍ୟ କରିବା ଲାଭଦାୟକ ହେବ ନଚେତ୍ ଆପଣଙ୍କୁ ଅନେକ ଆଦର୍ଶଗତ ବିବାଦର ସାମ୍ନା କରିବାକୁ ପଡିପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପରିବାର ସମ୍ବନ୍ଧିତ ଶୁଭ ସମାଚାର କୌଣସି ବନ୍ଧୁଙ୍କ ଦ୍ଵାରା ଶୁଣିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇ ପାରିବେ। ଗୃହ, ଜମିଜମା ସମସ୍ୟାରେ ପରିବର୍ତ୍ତନ ଆସିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

ସିଂହ:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ସହ ଦୁଃଖୀ ଲୋକଙ୍କୁ ସାହାରା ହେବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

କନ୍ୟା:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ମିତ୍ରଙ୍କ ଠାରୁ ସାହାଯ୍ୟ ପାଇ ସୁଖ, ସମ୍ପତ୍ତି ଲାଭହେବାସହ ମାନସିକ ଶାନ୍ତି ମିଳିବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଘରୋଇ କାମରେ ସଫଳତା ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବନ୍ଧୁ ମିତ୍ର ମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଆୟବୃଦ୍ଧି ହେବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବାସହ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶୁଭ କାମ କରି ପ୍ରଶଂସିତ ହେବେ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇ ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇ ଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ଭଲ ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଶତୃମାନେ ପରାଜିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!