ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ମିଥୁନ:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନେ ପଦୋନ୍ନତିର ସଙ୍କେତ ପାଇବେ। ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ। ନୂତନକର୍ମ ପ୍ରାପ୍ତିଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଶିକ୍ଷାର୍ଥି ମାନଙ୍କର ଅନେକ ଶୁଭହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ପୂର୍ବ ବିଚାରାଧୀନ କାର୍ଯ୍ୟ ସମାପ୍ତ କରିବାକୁ ଚେଷ୍ଟାଜାରି ରଖିବେ। ଜୀବନସାଥିଙ୍କ ସମର୍ଥନ ଆପଣଙ୍କ ମନୋବଳ ବୃଦ୍ଧି କରିବ। ମୁଦ୍ରାସ୍ଫୀତିର ପ୍ରଭାବ ବ୍ୟବସାୟ ଉପରେ ଦେଖାଯିବ। ଆୟୋଗ ସମ୍ବନ୍ଧୀୟ କାର୍ଯ୍ୟ ଯତ୍ନର ସହ କରାଯିବା ଉଚିତ୍। ପିଲାମାନଙ୍କର ଲାଳନପାଳନ ଉପରେ ବହୁତ ଧ୍ୟାନ ଦେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ତୁଳା:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
ବିଚ୍ଛା:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ କଠିନ କାର୍ଯ୍ୟ ସହଜରେ ସମାଧାନ କରି ପାରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ।ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ। ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବାରୁ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତିଭା ବିକଶିତ ହେବା ଫଳରେ ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ପ୍ରଭାବଶାଳୀ ବ୍ୟକ୍ତିତ୍ୱ ସମସ୍ତଙ୍କ ପାଇଁ ଏକ ଉଦାହରଣ ଭାବରେ ଉଭା ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।