ମେଷ:-ଶରୀର ସୁସ୍ଥ ରହିବ ଓ ସମ୍ପତ୍ତି କ୍ରୟ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଯିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଶତୃଙ୍କଠାରୁ ଭଲ ଖବର ପାଇବେ। ଦୂରସ୍ଥାନକୁ ଯାତ୍ରା କରିବେ। ମଉଜ ମସ୍ତିରେ ସମୟ କଟିପାରେ। ଛାତ୍ର ଛାତ୍ରୀମାନେ କିଛି ନୂଆ ଶିଖିବା ପାଇଁ ବହୁତ ଖାଲି ସମୟ ପାଇବେ। ବିବାଦର ସମାଧାନ ପାଇଁ ଦିନଟି ବହୁତ ଭଲ। ନିଜର କାର୍ଯ୍ୟକଳାପରେ ଉନ୍ନତି ହେବାର ସମ୍ଭାବନା ଅଛି। ଟଙ୍କା କାରବାରରେ ଥିବା ବାଧା ଦୂର ହେବ। ବ୍ୟବସାୟ ଅଭିବୃଦ୍ଧି ପାଇଁ ଋଣ ନେଇ ପାରିବେ।ନୂତନ ପ୍ରକଳ୍ପ ପାଇଁ ଯୋଜନା କରିପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ମୁଣ୍ଡବିନ୍ଧା ଯୋଗୁ କାମ ନହୋଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ସିଂହ:-ଦୂରଯାତ୍ରାରେ ସଫଳ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ପ୍ରଶାସନ ସହିତ ଜଡିତ ଲୋକମାନେ ଉଚ୍ଚ ପଦପଦବୀ ପାଇପାରିବେ। ନୂତନ ଆୟର ଉତ୍ସ ବିକାଶ ହେବ। ଲୋକମାନେ ଆପଣଙ୍କ ଆଚରଣରେ ବହୁତ ଖୁସି ହେବେ। ବ୍ୟାଙ୍କ ବାଲାନ୍ସରେ ଏକ ମହତ୍ତ୍ୱପୂର୍ଣ୍ଣ ବୃଦ୍ଧି ଘଟିବ। ଦୈନଦିନ କାର୍ଯ୍ୟ ସହଜ ସରଳରେ ହେବାସହ ସୃଜନଶୀଳ କାର୍ଯ୍ୟରେ ଆଗ୍ରହ ବୃଦ୍ଧିପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ସମୟ ସୃଷ୍ଟି କରି ପାରିବେ।କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ନିଜର କାମ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍। ଆପଣଙ୍କ ଖାଦ୍ୟ ବିଷୟରେ ସାବଧାନ ରୁହନ୍ତୁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହୋଇ ପାରେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ପାରିବାରିକ ଜୀବନରେ ଆର୍ଥିକ ଉନ୍ନତି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ବ୍ୟାପାର ଓ କାରବାରରେ ସୁଧାର ଆସିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ନିଜର ଯୋଜନାରେ ହଠାତ୍ ପରିବର୍ତ୍ତନ କାମକୁ ନଷ୍ଟ କରିପାରେ। ସ୍ୱାସ୍ଥ୍ୟର ଯତ୍ନ ନେବା ଉଚିତ୍। ଖରାପ ଅଭ୍ୟାସଠାରୁ ଦୂରେଇ ରୁହନ୍ତୁ। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୀତି କ୍ଷେତ୍ରରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଉପୁଜି ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
