ମେଷ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ ସମ୍ବନ୍ଧରେ ଆଗ୍ରହୀ ହେବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ସମ୍ପର୍କୀୟମାନଙ୍କ ପାଇଁ ଚିନ୍ତିତ ହୋଇ ପାରନ୍ତି ଓ ଶରୀର କ୍ଳାନ୍ତ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଆଧ୍ୟାତ୍ମିକ ଚିନ୍ତାଧାରାର ପ୍ରଭାବରେ ରହିବେ। ପାରିବାରିକ ଦାୟିତ୍ଵବୃଦ୍ଧି ହେତୁ ମାନସିକ ଚାପ ରହିବ। ଆପଣଙ୍କ ଜୀବନ ଚର୍ଯ୍ୟାରେ କିଛି ପରିବର୍ତ୍ତନ ହୋଇ ପାରେ। ମନୋରଞ୍ଜନ ଇତ୍ୟାଦିରେ ଟଙ୍କା ଖର୍ଚ୍ଚ କରିବେ। ପ୍ରତିକାର-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। ଆକସ୍ମିକ ଧନ ପ୍ରାପ୍ତି ହୋଇ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।
ମକର:-ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ। ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଚାକିରି କ୍ଷେତ୍ରରେ ବହୁତ ଅସୁବିଧା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
