ଦୈନିକ ରାଶିଫଳ: 18 ଜାନୁୟାରୀ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ସତର୍କତା ଅବଲମ୍ବନ କରିବା ଉଚିତ୍। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବା ସହ ସୁଖଶାନ୍ତି ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରନ୍ତି। ସତର୍କରେ ନ ଚାଲିଲେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ବ୍ୟବସାୟରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ଲାଭ କରି ପାରିବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଆଶାତୀତ ଲାଭ ପ୍ରାପ୍ତି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସରକାରୀ କର୍ମଚାରୀମାନେ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଖୁସି ରହିବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ। ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବିଦ୍ୟାର୍ଥୀମାନେ ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ଉତ୍ସାହିତ ହେବେ। ଅନେକ ଦିଗରୁ ଖୁସି ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ମାନସିକଶାନ୍ତି ଅନୁଭବ କରିବେ। ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ଆୟଉପାର୍ଜନ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ ଯାହାଫଳରେ କାମରେ ବିକାସ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଶୁଭ ସମାଚାର ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତଶ୍ରାନ୍ତ ହେବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ଶୁଭ ସମାଚାର ଶୁଣି ସନ୍ତାନଙ୍କ ଚିନ୍ତା ଦୂର ହେବ। ବନ୍ଧୁମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବା ଫଳରେ କାମକାର୍ଯ୍ୟରେ ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ଲୋକମାନେ ଆପଣଙ୍କ ସଚ୍ଚୋଟତା ଓ ସରଳତା ଭାବ ଦେଖି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!