ଦୈନିକ ରାଶିଫଳ: 18 ଜୁନ୍ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ନିଜର ଯୋଜନା ବିଷୟରେ ଆତ୍ମବିଶ୍ୱାସର ଅଭାବ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଲୋକମାନେ ଆପଣଙ୍କ ସହଯୋଗକୁ ଅଣଦେଖା କରିପାରନ୍ତି ତଥାପି ଆପଣ ଲୋକମାନଙ୍କୁ ସାହାଯ୍ୟ କରିବେ। ଆପଣ ମାନସିକ ସ୍ତରରେ ଶକ୍ତିଶାଳୀ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ଇନ୍ଦ୍ରିୟ ପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବାସହ ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଗୃହପୋକରଣ ବା ନୂତନ ବସ୍ତୁ କ୍ରୟ କରି ପାରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଆଶା କରାଯାଉଥିବା ଲାଭ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବାସହ ଲୋକସମ୍ପର୍କ ବୃଦ୍ଧି ପାଇବ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ।ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ପାରିବାରିକ ସମସ୍ୟା ସୁଧୁରି ଯିବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ଆୟ ଅପରିବର୍ତ୍ତିତ ରହି ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଛାତ୍ରମାନେ ସେମାନଙ୍କ ଅଧ୍ୟୟନ ପାଇଁ ଟିକେ ଚିନ୍ତିତ ରହିପାରନ୍ତି। ଶତୃମାନେ ମୁଣ୍ଡ ଟେକିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ବୃଦ୍ଧ ଲୋକମାନଙ୍କ ଆଶୀର୍ବାଦ ପାଇବେ ଓ ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। ନକାରାତ୍ମକ ପ୍ରବୃତ୍ତି ଥିବା ଲୋକଙ୍କ ପ୍ରତି ଆପଣ ଆକର୍ଷିତ ହୋଇ ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ଆଜି ଔଷଧ ପାଇଁ ଅଧିକ ଖର୍ଚ୍ଚ ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପୁରୁଣା ଅନୁଭୂତି ଉପଯୋଗୀ ହେବ ଓ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବାସହ ସାମାଜିକ ପତିଆରା ଅମଳିନ ରହିବ। ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇ ପାରନ୍ତି। ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହ ବର୍ଦ୍ଧକ ସମାଚାର ମିଳିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ପରିବାର ରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସମସ୍ତ ଦାୟିତ୍ଵ ଏକାସାଙ୍ଗରେ ନିଜ ଉପରେ ନିଅନ୍ତୁ ନାହିଁ। ଆପଣଙ୍କ ବିଚାର କ୍ଷମତାକୁ ସାଧାରଣ ଲୋକେ ପ୍ରଶଂସା କରିବେ। ବୌଦ୍ଧିକ କାର୍ଯ୍ୟରେ ନିୟୋଜିତ ହେବେ ଓ ପିଲାମାନେ ଘର କାମରେ ଆଗ୍ରହ ଦେଖାଇବେ। ନିଜର ନିଷ୍ପତ୍ତିକୁ ପ୍ରାଥମିକତା ଦେଲେ ଗବେଷଣା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ। ପରିବାର ଜନଙ୍କ ଆବଶ୍ୟକତା ପୂରଣ କରିବାପାଇଁ ଚେଷ୍ଟିତ ହେବେ। ପୁରୁଣା ବିବାଦ ପୁନର୍ବାର ଦେଖାଦେଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ସହ ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!