ମେଷ:-ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଭଲ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଶାରୀରିକ କଷ୍ଟ ଦୂରେଇ ଯିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବୃଷ:-ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ସଫଳତା ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଆୟ ଉପାର୍ଜନ ବୃଦ୍ଧି ହେବ। ଆପଣଙ୍କ ଆଚରଣରେ ଅହଂକାର ଏବଂ ସ୍ଵାର୍ଥପରତା ଭାବ ଦେଖାଦେଇପାରେ। କିନ୍ତୁ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଜିଦ୍ ରେଅଟଳ ରହିବାଯୋଗୁ ସାଧାରଣ ଲୋକମାନେ ଆପଣଙ୍କ ଉପରେ କ୍ରୋଧିତ ହୋଇପାରନ୍ତି। ଗଳା ସଂକ୍ରମଣର ସମସ୍ୟା ହୋଇପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ନୂତନପନ୍ଥା ଅନୁସରଣ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ।ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସୁଖ ସମୃଦ୍ଧି ବୃଦ୍ଧିହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ।ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପରିବାରରେ ପ୍ରୀତିଭାଜନ ହେବେ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ।ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମୀନ:-ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ସହଯୋଗ, ପ୍ରେରଣା ପାଇ ସମ୍ମାନ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।