ଦୈନିକ ରାଶିଫଳ: 18 ଡିସେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧି ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶତୃମାନେ ମୁଣ୍ଡ ଟେକିବେ। ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେବ। ଚିନ୍ତାଗ୍ରସ୍ତ ହୋଇ ରହିବେ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇପାରନ୍ତି। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପାରିବାରିକ ଜୀବନ ଆନନ୍ଦରେ କଟିବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପୁରାତନ ରୋଗର ଉପସମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ।ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ଜାଗ୍ରତ ହେବ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାଜନୀତିରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଶତୃମାନେ ମଥାନତ କରିବେ। ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଶୁଭକାମ କରି ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଶାରିରୀକ ସୁସ୍ଥତା ଦେଖା ଦେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବା ସହ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ପ୍ରାପ୍ତିହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସତର୍କ ରହି ଯାତାୟତ କରିବା ଉଚିତ୍। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!