ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବୃଷ:-ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ। ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ପଦୋନ୍ନତି ଓ ନୂତନକର୍ମ ପ୍ରାପ୍ତି ହୋଇ ପାରେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀ ମାନଙ୍କର ନାନା ବାଟରେ ଧନାଗମ ଘଟିବ ଓ କାରବାର ବଢ଼ିବ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ଅନୁଶାସନ ପ୍ରିୟ, ଯୋଗ୍ୟ, ସୌଭାଗ୍ୟଶାଳୀ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍ ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଶତ୍ରୁମାନେ ମିତ୍ରବତ୍ କାର୍ଯ୍ୟ କରିବେ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଆୟ ଉପାର୍ଜନ ବୃଦ୍ଧି ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
ମୀନ:-କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପରିବାରର ସମସ୍ୟା ସମାଧାନ ହୋଇଯିବ ଓ ନିଜର ବୁଦ୍ଧି, ବିବେକ ଖଟାଇ ଅର୍ଥସମସ୍ୟାର ସମାଧାନ କରିପାରିବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।