ମେଷ:-ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଉପରିସ୍ଥ ଅଧିକାରୀଙ୍କ ଠାରୁ ପ୍ରୋତ୍ସାହନ ପାଇ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରି ପାରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଧାର୍ମିକ କ୍ଷେତ୍ରରେ ମନ ବଳାଇବେ।ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ। ବକେୟା ଅର୍ଥ କିଛି ମିଳିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଦାମ୍ପତ୍ୟ କଳହ ଦୂର ହେବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ଅଧ୍ୟୟନ ପାଇଁ ତତ୍ପର ହେବା ସହ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ମନରେ ଦୁଶ୍ଚିନ୍ତା ଓ ଭୟ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଘର ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂରହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଜନ ସମ୍ପର୍କ ବୃଦ୍ଧି ପାଇବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିପାରେ। ସହ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ। ଉଧାର ଦେଇଥିବା ଟଙ୍କା ମିଳିଯାଇପାରେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବିଦ୍ୟାର୍ଥିମାନେ ପରୀକ୍ଷାରେ ବିଜୟୀ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବନ୍ଧୁ, ମିତ୍ର ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। କୋର୍ଟ କଚେରୀରେ ସଫଳତା ମିଳିବାସହ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ମିଷ୍ଠାନ୍ନ ଭୋଜନ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆର୍ଥିକ ସ୍ଥିତି ସୁଧୁରିଯିବ। ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ରାଜନୀତିକ୍ଷେତ୍ରରେ କର୍ମତତ୍ପର ଯୋଗେ କୃତକାର୍ଯ୍ୟ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଶତ୍ରୁମାନେ ପରାଜିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ଦାମ୍ପତ୍ୟ ସମସ୍ୟାର ସମାଧାନ ହେବା ଫଳରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କୃଷିଜିବୀମାନେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ମୀନ:-ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। କୃଷିଜୀବି ମାନଙ୍କର ବହୁ କଷ୍ଟରେ ଅର୍ଥ ପ୍ରାପ୍ତି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଗୃହ ଜାଗା ଯାନବାହାନ କ୍ରୟ କରନ୍ତୁ ନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।