ମେଷ:-କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ପାରିବାରିକ କ୍ଷେତ୍ରରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ କୃଷିଜାତ ଦ୍ରବ୍ୟର ବ୍ୟବସାୟୀ ମାନେ ଅଧିକ ଲାଭ କରିବେ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆ ଯୋଜନା ଉପରେ କାର୍ଯ୍ୟକରି ଅଟକି ଥିବା ଧନ ମିଳିବାରୁ ଖୁସି ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟ କ୍ଷେତ୍ରରେ ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ, ମିଷ୍ଟାନ ଭୋଜନ ଓ ଉଚ୍ଚଆଶା ପୂରଣ ହେବ। ଅଧାଥିବା କାର୍ଯ୍ୟ ପୂରଣ କରିବା ଫଳରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମହେବ। କର୍ମକ୍ଷେତ୍ରରେ ଅଶାନ୍ତି, ବିଶୃଙ୍ଖଳାରୁ ମୁକ୍ତ ହୋଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ସାଫଲ୍ୟ ଯୋଗେ ଶାନ୍ତି ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଆର୍ଥିକ ସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କେତେକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କନ୍ୟା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନଙ୍କର ଶୁଭ ସମାଚାର ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ କିଛି ପାଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଅଶାନ୍ତିର ଝଡ ଶାନ୍ତ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ପରିବାର ପାଇଁ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବା ଫଳରେ ଶ୍ରମ ସାର୍ଥକ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ପରିବାର ଜନଙ୍କ ସହିତ ସମୟ ବିତେଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହୋଇ ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହୋଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।