ଦୈନିକ ରାଶିଫଳ: 18 ମଇ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଅର୍ଥ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି। କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାର ମାନ୍ୟତା ଦେଇ ପ୍ରଶଂସିତ ହେବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କ୍ଷମତା, ଯୋଗ୍ୟତାରେ ଯୋଡି ହୋଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ।ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କଠିନ ପରିଶ୍ରମ କରିବା ଫଳରେ ସମସ୍ତ ସଦସ୍ୟ ଆପଣଙ୍କର ପ୍ରଶଂସା କରିବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ଦାମୀଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବାପାଇଁ ମନବଳେଇ ପାରନ୍ତି। ଜୀବନ ସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇଦେବ। ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ।ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇ ପାରେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳ ହେବ। ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ବ୍ୟବସାୟ କ୍ଷେତ୍ରରେ ଭୁଲ ବୁଝାମଣା କଟିଯାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଶତ୍ରୁଙ୍କ ସହ ଯତ୍ନର ସହିତ ମୁକାବିଲା କରିବା ଲାଭ ଦାୟକ ହେବ। ପାରିବାରିକ ଜୀବନରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିପାରନ୍ତି। ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!