ଦୈନିକ ରାଶିଫଳ: 18 ମଇ 2025, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି 5 ରାଶିଙ୍କୁ ମିଳିବ ସବୁ କାର୍ଯ୍ୟରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି। ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ନିଜର ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତି ସହି ବାକୁ ପଡି ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଆୟର ସ୍ରୋତ ବୃଦ୍ଧି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। କିଛି ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ପାଇବା ସହ ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟ କ୍ଷେତ୍ରକୁ ପ୍ରସାର ପ୍ରଚାର କରିବା ଫଳରେ ଆୟ ଉପାର୍ଜନ ବୃଦ୍ଧିହେବ। ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ରାଜନୀତି ମାମଲାରେ ସଫଳତା ମିଳିବ। ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂରହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସ୍ୱାସ୍ଥ୍ୟ ଭଲ ରହିବ। ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ଓ ଆର୍ଥିକ ଦିଗରେ ଅଭିବୃଦ୍ଧି ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବା ସହ ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ରୋଜଗାର ସମସ୍ୟା ସୁଧୁରି ଯିବ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଘରୋଇ ସମସ୍ୟାର ସମାଧାନ ହୋଇ ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବିଦେଶ ଯାତ୍ରାର ସୁଯୋଗ ପାଇବାସହ ସୁଖଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟରେ ଉତ୍ତମ ଲାଭ ହେବା ସହ କାରବାରରେ ସୁଧାର ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିଯୋଗିତା ପରୀକ୍ଷାରେ ସମ୍ମାନ ଲାଭ କରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇ ପାରିବେ। ପାରିବାରିକ ସ୍ଥିତି ସୁଧିରିଯିବା ଫଳରେ ଆର୍ଥିକ ଉନ୍ନତି ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ଜାଗା ଜମିପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। କେହି କୌଣସି କ୍ଷତି କରି ପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!