ମେଷ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
ମିଥୁନ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟପ୍ରତି ମନ ବଳାଇବେ। ପାରିବାରିକ ସ୍ତର ହସଖୁସିରେ କଟିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। କିନ୍ତୁ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।
କନ୍ୟା:-ସାମାଜିକ ପତିଆରା ଅମଳିନ ରହିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଶତ୍ରୁମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ରାଜନୀତିରୁ ଲାଭ ମିଳିବ ଓ ଉଚ୍ଚଆଶା ସଫଳ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ପ୍ରତିକାର-ଧଳା ରୁମାଲଟିଏ ପାଖରେ ରଖନ୍ତୁ।
ବିଚ୍ଛା:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ନିଜଲୋକଙ୍କ ସହଯୋଗରେ ଆଗକୁ ବଢିପାରିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।
ମକର:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କୁମ୍ଭ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନମ ଅର୍ଜନ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।