ଦୈନିକ ରାଶିଫଳ: 18 ସେପ୍ଟେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶରୀର ସୁସ୍ଥ ରହିବାସହ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ନୂଆ ସମ୍ପର୍କ ସୃଷ୍ଟିହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନେ ଦୁର୍ବଳ ହେବା ଫଳରେ ଆୟରପନ୍ଥା ସହଜ ହେବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ଦୂରେଇ ଯିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରି ପାରନ୍ତି। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ସାମାଜିକ ଉତ୍ସବରେ ଯୋଗ ଦେବେ। ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାର୍ଯ୍ୟକରିବା ଉଚିତ୍। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା କ୍ଷୁର୍ଣ୍ଣ ହୋଇ ପାରେ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବାସହ ମାନସିକ ଶାନ୍ତି ପାଇବେ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସୁଯୋଗ ହାତପାହାନ୍ତାରେ ପାଇବେ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବାସସ୍ଥାନ ବା ଯାନବାହାନ ନବୀକରଣ କଲେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ ଚିନ୍ତା ଦୁରହେବାସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବାସହ ମାନସିକ ଚିନ୍ତା ଦୂର ହେବ। ଆକସ୍ମିକ ଅର୍ଥଲାଭ ହେବାର ସମ୍ଭାବନା ଅଛି। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ରାଜକୀୟ ମାମଲାରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଚାକିରୀରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଜାଗା ଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରି ପାରନ୍ତି। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

କୁମ୍ଭ:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ସାମାଜିକ ପ୍ରତିଷ୍ଠା ଯଶ, ମାନ-ସମ୍ମାନ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ି ପାରେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଶତୃମାନେ ଦୂର ହେବେ। ରୋଜଗାରରେ ଉନ୍ନତି ହେବ। ବିଦ୍ୟା କ୍ଷେତ୍ରରେ ସଫଳତା ମିଳିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!