ଦୈନିକ ରାଶିଫଳ: 18 ସେପ୍ଟେମ୍ବର 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାଂସାରିକ ଜୀବନ ସୁଖମୟ ହେବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଦୂର ଯାତ୍ରାରେ ସଫଳତା ମିଳିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। କାରବାରରେ ସ୍ଥିତି ଠିକ୍ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ ଓ ପୁରୁଣା ଧନଲାଭ ହେବାରୁ ଖୁସି ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ରାଜନୀତିରେ ସଫଳତା ମିଳିବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶିକ୍ଷାର୍ଥୀ ମାନଙ୍କର ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବାସହ ପ୍ରଶଂସିତ ହେବେ। ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ଶତୃ ପରାଜିତ ହେବେ। ସାମାଜିକ ଉତ୍ସବରେ ଭାଗ ନେବେ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!