ଦୈନିକ ରାଶିଫଳ: 19 ଅକ୍ଟୋବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ କିଛି ନୂଆ କରିବାପାଇଁ ଚେଷ୍ଟା କରିପାରନ୍ତି। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ବିଦ୍ୟାରେ ଉନ୍ନତିହେବା ସହ ଆଶାଜନକ ଫଳ ପ୍ରାପ୍ତିହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମାଜିକ କାମରେ ପ୍ରଶଂସା ମିଳିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ପଢ଼ାପଢ଼ିରେ ମନଯୋଗଦେଲେ ବିଦ୍ୟାରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବାସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବାସହ ଭୂମି, ବାହନ, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଆତ୍ମବିଶ୍ୱାସ ଏବଂ ଶକ୍ତି ବୃଦ୍ଧି ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ। ଅଧ୍ୟୟନ ପାଇଁ ତତ୍ପର ହେବେ କିନ୍ତୁ ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ। ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ ଓ ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଆବଶ୍ୟକସ୍ଥଳେ ସହଯୋଗ ପାଇ ପାରିବାରିକ ସ୍ତର ହସ ଖୁସିରେ କଟିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। କିନ୍ତୁ ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଖୁସିହେବେ। ଆର୍ଥିକସ୍ଥିତି ଭଲ ରହିବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ। ପରିବାରରେ କଠିନ ପରିଶ୍ରମ କଲେ ସମସ୍ତ ଆଶା ପୂରଣ ହେବ। ନୂତନ ଦ୍ରବ୍ୟ କ୍ରୟକରି ଆର୍ଥିକ କ୍ଷେତ୍ରରେ ଦୁର୍ବଳ ହୋଇଯିବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଦାୟିତ୍ଵ ବଢିବା ସହ କିଛି ଅସମ୍ଭବ ହେବ ନାହିଁ। ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବିବାଦରୁ ମୁକ୍ତି ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ।ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଅଚାନକ ରୋଜଗାର ପ୍ରାପ୍ତି ହେବାସହ ଧନସମ୍ପଦରେ ଅଭିବୃଦ୍ଧି ହେବ। ମାନସିକ ସୁସ୍ଥତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ମିତ୍ର ଓ ପ୍ରିୟଜନ ମାନଙ୍କଠାରୁ ସାହାଯ୍ୟପାଇ ଆନନ୍ଦିତ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଦ୍ଵନ୍ଦିତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!