ମେଷ:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। କାର୍ଯ୍ୟାଳୟରେ କିଛି ଦିନ ଧରି ଚାଲିଆସୁଥିବା ଚାପଗ୍ରସ୍ତ ପରିସ୍ଥିତି ସ୍ୱାଭାବିକ ହୋଇଯିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ପରିବହନରେ ବିଶେଷ ଲାଭବାନ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶତୃମାନେ ମଥାନତ କରିବେ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ଶିକ୍ଷା କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ୍ ହେବା ସହ କରଜ ସୁଝିବାର ବ୍ୟବସ୍ଥା କରିବେ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ରହିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ
କନ୍ୟା:-ସାମାଜିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଦ୍ୱାରା ଉପଯୁକ୍ତ ପ୍ରାପ୍ୟ ଫେରି ପାଇବେ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ବିଚ୍ଛା:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନୂଆ ଚାକିରୀ ହେବାର ସୂଚନା ମିଳିବ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ପରିବେଶ ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ ଓ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କୁମ୍ଭ:-ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।
ମୀନ:-ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ମନରେ ଭୟ ଆଶଙ୍କା ଶାରୀରିକ ଅସୁସ୍ଥତା ଦୂରେଇଯିବ। ପରିବହନରେ ବିଶେଷ ଲାଭବାନ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।