ମେଷ:-ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ବୃଷ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ରାଜକୀୟ କାର୍ଯ୍ୟ ପ୍ରଭାବଶାଳି ବ୍ୟକ୍ତିଙ୍କ ସହାୟତାରେ ସମ୍ପନ୍ନ ହେବ। ପାରିବାରିକ ଜୀବନରେ ଶାନ୍ତି ଆସିବ। ବ୍ୟବସାୟରେ ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହୋଇ ଆଶୀର୍ବାଦ ମିଳିବ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ କିନ୍ତୁ ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖ, ସମ୍ପତ୍ତି ଲାଭ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ରାଜନୀତିରେ କୃତକାର୍ଯ୍ୟ ହୋଇ ଉଚ୍ଚଆଶା ସଫଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବା ସହ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମନାନ୍ତରର ସମାଧାନ ହେବ। ଗୁରୁଜନଙ୍କ ଠାରୁ ସହଯୋଗ ପାଇବେ ଓ ପାରିବାରିକ ସୁଖ ପ୍ରାପ୍ତି ହେବ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପାରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଅଭାବ-ଅନାଟନ ଦୂର ହୋଇ ଆର୍ଥିକସ୍ଥିତି ସନ୍ତୋଷ ପ୍ରଦ ହେବ। ପ୍ରତିଯୋଗିତା ମୂଳକ ପରୀକ୍ଷାରେ ବଡ଼ ସଫଳତା ପାଇ ପାରିବେ। ଠିକ୍ ସମୟରେ ଅଫିସ୍ କାର୍ଯ୍ୟ ସମାପ୍ତ ହେତୁ ମନଖୁସି ରହିବ। ସୌନ୍ଦର୍ଯ୍ୟ ଏବଂ ରୋମାନ୍ସ ପାଇଁ ଉତ୍ସାହ ବଢିବ। ଜୀବନସାଥୀ ଏବଂ ପିଲାମାନଙ୍କ ପ୍ରତି ଉତ୍ସର୍ଗୀକୃତ ହେବେ। ବଡ଼ କମ୍ପାନୀରେ କାମ କରୁଥିବା ଲୋକମାନେ ସେମାନଙ୍କ ଚାକିରିରେ ସନ୍ତୁଷ୍ଟ ହେବେ। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ସମାଜର ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଦ୍ୱାରା ପ୍ରଭାବିତ ହେବେ। ଅନୁସନ୍ଧାନ କାର୍ଯ୍ୟ କ୍ଷେତ୍ରରେ ଆପଣ ଭଲ ସଫଳତା ପାଇପାରିବେ। ଜୀବନସାଥୀଙ୍କ ସହିତ ଏକାକୀ ସମୟ ବିତାଇବାକୁ ପସନ୍ଦ କରିବେ। ଆମଦାନୀ-ରପ୍ତାନି ସମ୍ବନ୍ଧୀୟ କାର୍ଯ୍ୟରେ ପ୍ରଚୁର ଲାଭ ହେବ। ବ୍ୟବସାୟରେ କିଛି ବୈଷୟିକ ପରିବର୍ତ୍ତନ କରିପାରିବେ। ଆପଣ ନୂତନ ବିଷୟ ଅଧ୍ୟୟନ କରିବାକୁ ଆଗ୍ରହ ପ୍ରକାଶ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-କର୍ମଚାରୀ ମାନଙ୍କର ଜନସମ୍ପର୍କ ସୁଦୃଢ ହେବ ଓ ଯାହା ଚିନ୍ତା କରିବେ ତାହା ପୂରଣ କରି ପାରିବେ। ଉଚ୍ଚ ରାଜକୀୟ ଅଧିକାରୀଙ୍କ ସହିତ ଭେଟ ହେବ ଓ ନିଜର କାମ ସମ୍ପନ୍ନ କରିବେ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ମିଳିବ। ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ପାରିବାରିକ ସମସ୍ୟା ସମାଧାନ ହୋଇଯିବ। କାମକାର୍ଯ୍ୟର ସ୍ଥିତିରେ ସୁଧାର ଆସିବା ଯୋଗୁ ମନ ବହୁତ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀ ମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନ ପାଇ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହୋଇ ଆୟ ବୃଦ୍ଧି ପାଇବ। ନୂତନକର୍ମ ନିଯୁକ୍ତି ପାଇବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ। ଦୂର ଯାତ୍ରାକରି ଉଦ୍ଵେଶ୍ୟ ପୂର୍ଣ୍ଣ କରି ପାରିବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଜୟଯୁକ୍ତ ହେବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ନିଜକାର୍ଯ୍ୟ ଦକ୍ଷତାର ସମ୍ପୂର୍ଣ୍ଣ ଲାଭ ଉଠାଇ ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।