ଦୈନିକ ରାଶିଫଳ: 19 ଜାନୁୟାରୀ 2025, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ଖେଳରେ ଉନ୍ନତି ହେବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ପୁରାତନ ରୋଗର ପ୍ରକୋପ ହ୍ରାସ ହୋଇ ଶରିର ସୁସ୍ଥ ରହିବ। ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ ଓ ଉତ୍ତମ ରୋଜଗାର ହେବ। କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ। ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ଓ କର୍ମକ୍ଷେତ୍ରରେ ଆୟ ବୃଦ୍ଧି ହେବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଖୁସି ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରନ୍ତି। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଉଚିତପନ୍ଥା ଗ୍ରହଣ କଲେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ଚାକିରି ପାଇଁ ପ୍ରୟାସ ଜାରି ରଖିବେ। ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ।

ବିଚ୍ଛା:-ସରକାରୀ କାମରେ ସଫଳତା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟକରି ପଦୋନ୍ନତିର ସୁଯୋଗ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:-ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଦେଖା ଦେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ପତିଆରା ଅମଳିନ ରହିବା ସହ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ମିଳିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!