ମେଷ:-ସାମାଜିକ ପତିଆରା ଅମଳିନ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ବୃଷ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। କଠିନ ପରିଶ୍ରମ କରି ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କାର୍ଯ୍ୟକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ। ଅର୍ଥ କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
କର୍କଟ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ତୁଳା:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶି ଯିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ।ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନିଜର ଭୁଲ୍ ଯୋଗୁ କିଛି ଅର୍ଥ ହାନି ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-ପରିବାରରେ ଆର୍ଥିକ ଉନ୍ନତି ହେବ। କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ
ମୀନ:-ସାମାନ୍ୟ ପରିଶ୍ରମ କଲେ ଅଧିକ ଧନ ପ୍ରାପ୍ତି ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।