ଦୈନିକ ରାଶିଫଳ: 19 ଡିସେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଭୃତ୍ୟ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ ଖୁସିରେ ସମୟ ବ୍ୟତୀତ ହେବ। ବ୍ୟବସାୟିକ ପରିଣାମ ସନ୍ତୋଷ ଜନକ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଗୃହୋପକରଣ କ୍ରୟ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ପାରିବାରିକ ଜୀବନ ଆନନ୍ଦମୟ ହେବ। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପାରିବାରିକ ଜୀବନ ଆନନ୍ଦମୟ ହେବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି।ସାମାଜିକ କାର୍ଯ୍ୟରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାଂସାରିକ ଜୀବନ ସୁଖମୟ ହେବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ପ୍ରତିକାର:-ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ।ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!