ଦୈନିକ ରାଶିଫଳ: 19 ଡିସେମ୍ବର 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ। ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ କିନ୍ତୁ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। ଶାରିରୀକ ଅସୁସ୍ଥତା ଦୂରେଇ ଯିବା ଫଳରେ ଆନନ୍ଦିତ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବୃଦ୍ଧି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ଲୋକ ସମ୍ପର୍କ ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଖୁସି ହୋଇ ପାରେ। ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୀତିରେ ଉନ୍ନତି ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଣିଜ୍ୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରେମିକ ପ୍ରେମିକାମାନଙ୍କର ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ସମସ୍ୟା ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!