ଦୈନିକ ରାଶିଫଳ: 19 ଫେବୃୟାରି 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଋଣ ଭରଣାରେ ସହଜ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତୃମାନେ ଦୂରେଇଯିବେ ଓ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସମସ୍ତ ସମସ୍ୟାର ଫଇସଲା କରି ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ସରକାରୀ କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବା ଫଳରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-ବନ୍ଧୁବାନ୍ଧବଙ୍କ ନିକଟରେ ଓ ଗୁରୁଗୁରୁଜନ ପାଖରେ ଆଦୃତ ହେବେ। କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ବିରୋଧିମାନେ ଦୂରେଇଯିବେ। ଗୃହସମସ୍ୟା ସମାଧାନ ହୋଇ ଅଟକିଥିବା କାର୍ଯ୍ୟ ପୂରଣ ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ରାଜନୀତିରେ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ ଓ ଆଶା ପୂରଣ ହେବ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ରାଜନୀତିରେ କୃତକାର୍ଯ୍ୟ ହେବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!