ମେଷ:-ଡାକଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ। ନିଜର ପ୍ରତ୍ୟୁତ୍ପନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ଫଳରେ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଶତୃମାନେ ଦୂରେଇ ଯିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
କନ୍ୟା:-ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ନୂତନ ଦ୍ରବ୍ୟ ବା ଗୃହୋପକରଣ କ୍ରୟ କରିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ସରକାରୀ କାମରେ ସଫଳତା ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ଦୂର ସମ୍ପର୍କୀୟଙ୍କ ସହଯୋଗ ଓ ପ୍ରେରଣାପାଇ ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସହଜ ସରଳରେ ସମାଧାନ କରିପାରନ୍ତି। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧିହେବ। ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ବ୍ୟବସାୟ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ଦେଖାଦେଲେବି ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପଢ଼ାପଢ଼ିରେ ମନଦେବେ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।