ଦୈନିକ ରାଶିଫଳ: 19 ମଇ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ପ୍ରେମିକ ପ୍ରେମିକାମାନଙ୍କର ବସ୍ତ୍ରଆଭୂଷଣ ଆଦି ଲାଭହେବ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଶରୀର ସୁସ୍ଥ ରହିବ। ଶତୃ ଓ ବିରୋଧୀମାନଙ୍କ ମୁଣ୍ଡ ତଳକୁ ହେବ। କାରବାରରେ ସ୍ଥିତି ଠିକ୍ ରହିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ପ୍ରେମ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ସାର୍ବଜନୀନ ଓ ବ୍ୟକ୍ତିଗତ ସମ୍ପର୍କରେ ବିକଶିତ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯାଇ ମାନସିକସ୍ଥିତି ଭଲ ରହିବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଜନସେବାଦ୍ଵାରା ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଗୃହରେ କଲ୍ୟାଣ କର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!