ଦୈନିକ ରାଶିଫଳ: 19 ମାର୍ଚ୍ଚ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆକସ୍ମିକ ଧନ ପ୍ରାପ୍ତି ହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବାଧା ଦୂରେଇ ଯିବ। କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ।ଆୟବୃଦ୍ଧି ହେବାସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପରାକ୍ରମ ବଢିବ ଓ ଅଚାନକ ଭାବରେ ଦୂରଯାତ୍ରା କରି ପାରନ୍ତି। ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖା ଦେବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି ଓ ଶାନ୍ତି ପାଇବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦର ସମାଧାନ କରି ପାରିବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତି କରିବେ। ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କଲେ ସୁଖ ଶାନ୍ତିରେ ଦିନଟି କଟାଇବେ। ରାଜନୀତି କ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପାରେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଅଧିକ ଲାଭାନ୍ଵିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!